ତଥ୍ୟ – ଧନଶ୍ରୀ ମିଶ୍ର,
ଆର.ପି-୧୨୫, ପାଣ୍ଡବ ନଗର,
ଟଙ୍କପାଣି ରୋଡ, ଭୁବନେଶ୍ଵର


ରାମକୃଷ୍ଣ ନନ୍ଦ ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟକ ଓ ଗୀତିକାର । ସେ ଛାପାଖାନା ଓ ମୁଦ୍ରଣାଳୟ ପ୍ରତିଷ୍ଠା କରି ବହୁ ଓଡ଼ିଆ ପୁସ୍ତକ ଓ ପତ୍ରିକା ପ୍ରକାଶନା କରିଥିଲେ । ତାଙ୍କ ରଚିତ ଆହେ ଦୟାମୟ ବିଶ୍ଵ ବିହାରୀ ଓଡ଼ିଶାର ବହୁ ବିଦ୍ୟାଳୟରେ ପ୍ରାର୍ଥନା ଭାବରେ ଗାନ କରାଯାଏ । ରାମକୃଷ୍ଣ ୧୯୦୬ ମସିହା ଫେବୃଆରୀ ୨୫ ତାରିଖରେ କଟକ ଗୋବିନ୍ଦପୁର ଅନ୍ତ୍ରର୍ଗତ ବାଇରୋଇଠାରେ ଜନ୍ମଗ୍ରହଣ କରିଥିଲେ । ପରିବାରର ଆର୍ଥିକ ଅବସ୍ଥା ଭଲ ନଥିଲା । ସେଥିଯୋଗୁ ରାମକୃଷ୍ଣଙ୍କୁ ପାଠ ପଢିବା ଛାଡି ଚାକିରି କରିବାକୁ ପଡିଥିଲା । ମାଟ୍ରିକ ପାସ କରିବା ଆଗରୁ ତାଙ୍କର ବାହାଘର ହୋଇ ଯାଇଥିଲା । ବିବାହ ପରେ ଚାକିରି ଛାଡି, ପୁଣି ପାଠ ପଢିବା ଆରମ୍ଭ କରିଥିଲେ । ସ୍ନାତକୋତ୍ତର ପାଠ ପଢିଥିଲେ ସୁଦ୍ଧା ଅଭାବ ଅନାଟନ ଯୋଗୁ ସମାପ୍ତ କରି ପାରିନଥିଲେ ।